ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ଜୁନ୍ ୨୪ ତାରିଖ ପର୍ଯ୍ୟନ୍ତ ସମଗ୍ର ଓଡ଼ିଶାରେ କାଳବୈଶାଖୀର ପ୍ରକୋପ ଜାରି ରହିବ। ଏହି ସମୟ ମଧ୍ୟରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ଏବଂ ପବନ ହେବାର ସମ୍ଭାବନା ରହିଛି। ଉପୁଜିଥିବା ଏହି ଆକସ୍ମିକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଲର୍ଟ ଜାରି କରାଯିବା ସହ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ପ୍ରାୟ ୨୮ଟି ଜିଲ୍ଲା ପାଇଁ ସ୍ୱତନ୍ତ୍ର ସତର୍କ ସୂଚନା ଜାରି କରାଯାଇଛି। ଉପକୂଳ, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପ୍ରବଳ ପବନ ବହିପାରେ। କେତେକ ଜିଲ୍ଲାରେ ପବନର ବେଗ ୬୦ କିଲୋମିଟର ମଧ୍ୟ ଛୁଇଁପାରେ। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ ଏବଂ କୋରାପୁଟ ଭଳି ଜିଲ୍ଲାଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଯେଉଁଠି ପାଗ ଅଧିକ ମାରାତ୍ମକ ହେବାର ଆଶଙ୍କା ରହିଛି।

Leave a Reply

Your email address will not be published. Required fields are marked *