ଚଳନ୍ତା ବସ୍‌ରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲାର ପାଲଲହଡ଼ା ଅଞ୍ଚଳରେ ରାଉରକେଲାରୁ ପାରାଦୀପ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ସହିତ ବସ୍‌ ଭିତରେ ଆତଙ୍କର ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ଯାତ୍ରୀମାନେ ସମୟରେ ବସ୍‌ରୁ ବାହାରିଯାଇଥିବାରୁ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବସ୍‌ରେ ମୋଟ ୬୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡରେ ବସ୍‌ର କିଛି ଅଂଶ ପୋଡ଼ିଯାଇଥିବାବେଳେ ନିଆଁ ଲାଗିବାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଖବର ପାଇ ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପୋଲିସ ଓ ପ୍ରଶାସନ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *