ଚୌଦ୍ୱାର ମଣ୍ଡଳ କାରାଗାରରେ ୫ କଏଦୀ ଏଚଆଇଭି ପଜେଟିଭ

କଟକ:ଚୌଦ୍ୱାର ମଣ୍ଡଳ କାରାଗାରରେ ୫ ଜଣ କଏଦୀ ଏଚଆଇଭି ପଜେଟିଭ ଚିହ୍ନଟ ହୋଇଛନ୍ତି ।ତାଙ୍କ ମଧ୍ୟରୁ ୨ ଜଣ ସଜ୍ଜା କାଟୁଥିବା ବେଳେ ୩ ଜଣ ବିଚାରାଧୀନ କଏଦୀ ବୋଲି ଜଣାପଡିଛି ।ସୂଚନା ଅନୁଯାୟୀ, ଚୌଦ୍ୱାର ମଣ୍ଡଳ କାରାଗାରରେ ଚିହ୍ନଟ ହୋଇଥିବା ଏଚ୍ଆଇଭି ଆକ୍ରାନ୍ତ କଏଦୀମାନଙ୍କୁ ଜେଲ୍ ଭିତରେ ଥିବା ସ୍ବତନ୍ତ୍ର ୱାର୍ଡରେ ରଖାଯାଇଛି। ସେଠାରେ ତାଙ୍କୁ ଚିକିତ୍ସା ଯୋଗାଇ ଦିଆଯାଉଛି । ଜେଲରେ ଥିବା ଜଣେ ଡ଼ାକ୍ତର ଓ ଦୁଇ ଜଣ ଫାର୍ମାସିଷ୍ଟ ସେମାନେ ରୀତିମତ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି। ପୂର୍ବରୁ ଝାରପଡ଼ା ଜେଲ୍‌ରେ ୮ ଜଣ ଏକଦୀ ଏଚ୍ଆଇଭି ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

Leave a Reply

Your email address will not be published. Required fields are marked *