ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ

ଭୁବନେଶ୍ୱର: ବନ୍ୟା ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ଯେଉଁ ସରକାରୀ ଅଧିକାରୀ ଓ କର୍ମଚାରୀ ବର୍ତ୍ତମାନ ଛୁଟିରେ ଅଛନ୍ତି, ସେମାନେ ଛୁଟି ବାତିଲ କରି ତୁରନ୍ତ ନିଜ ନିଜ କାର୍ଯ୍ୟସ୍ଥଳକୁ ଫେରି ଡ୍ୟୁଟିରେ ଯୋଗଦେବେ। ସମସ୍ତ ଅଧିକାରୀଙ୍କୁ ମୁଖ୍ୟାଳୟରେ ରହିବା ସହ ଆବଶ୍ୟକ ସ୍ଥଳେ କ୍ଷେତ୍ରକୁ ଯାଇ ବନ୍ୟା ସ୍ଥିତିର ତଦାରଖ କରିବାକୁ କୁହାଯାଇଛି। ରାଜ୍ୟରେ ବନ୍ୟା ପରିସ୍ଥିତି ଅଧିକ ଗମ୍ଭୀର ଥିବା ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲ୍ଲାକୁ ଜଣେ ଲେଖାଏଁ ବରିଷ୍ଠ ଅଧିକାରୀଙ୍କୁ ପଠାଯିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ଅନୁ ଗର୍ଗ। ସେମାନେ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରଖି ବନ୍ୟା ସ୍ଥିତିର ଗ୍ରାଉଣ୍ଡ ମନିଟରିଂ କରିବା ସହ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ଆବଶ୍ୟକ ସହଯୋଗ କରିବେ।

Leave a Reply

Your email address will not be published. Required fields are marked *