ରାଜ୍ୟ ନିର୍ବାଚନ କମିସନଙ୍କ ବଡ଼ ସୂଚନା:ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ ଆଡ଼କୁ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହ ମଧ୍ୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ଏ ନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଗଣମାଧ୍ୟମକୁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ବର୍ତ୍ତମାନର ପଞ୍ଚାୟତଗୁଡ଼ିକର କାର୍ଯ୍ୟକାଳ ଆସନ୍ତା ଫେବ୍ରୁଆରୀ ମାସରେ ଶେଷ ହେବାକୁ ଯାଉଥିବା ବେଳେ ଏହି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।ନିର୍ବାଚନ କମିଶନରଙ୍କ ସୂଚନା ଅନୁଯାୟୀ, ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ଏକ ସ୍ୱତନ୍ତ୍ର ଭୋଟର ତାଲିକା ପ୍ରସ୍ତୁତ କରାଯାଉଛି। ଆସନ୍ତା ଫେବ୍ରୁଆରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ଏହି ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଏଥିସହିତ ବର୍ତ୍ତମାନ ରାଜ୍ୟରେ ଜନଗଣନା ପ୍ରକ୍ରିୟା ଜାରି ରହିଥିବାରୁ, ଏହି ପ୍ରକ୍ରିୟା ଶେଷ ହେବା ପରେ ଅର୍ଥାତ୍ ମାର୍ଚ୍ଚ ୫ ତାରିଖ ପରେ ହିଁ ନିର୍ବାଚନ ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *