ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ୧୬ ଜିଲ୍ଲାକୁ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର:ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଥମେ ପଶ୍ଚିମ-ଉତ୍ତରପଶ୍ଚିମ ଓ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଆଡକୁ ଗତି କରିବ। ଏହା ପ୍ରଭାବରେ ସୋମବାର ଓ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବାସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଯାଜପୁର ଏବଂ କଳାହାଣ୍ଡି ଜିଲାରେ ହାଲୁକା ବର୍ଷା ହେବା ନେଇ ଆକଳନ କରାଯାଇଛି। ତେବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାକୁ ଘଡ଼ଘଡି ବର୍ଷା ସହ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *