ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ଜେଲ୍ ଗଲେ ଶିକ୍ଷକ

ବଲାଙ୍ଗୀର: ଲରମ୍ଭା ଥାନା ଅଞ୍ଚଳରେ ଥିବା ଏକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଜନୈକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା । ଏ ନେଇ ଛାତ୍ରୀଙ୍କ ମା’ ମଙ୍ଗଳବାର ଲରମ୍ଭା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ପୁଲିସ କେଶ ନଂ ୨୭୯ରେ ଏକ ମାମଲା ରୁଜୁ କରି ସମ୍ପୃକ୍ତ ଶିକ୍ଷକକୁ ଥାନାକୁ ଆଣି ଅଟକ ରଖି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ଅଭିଯୁକ୍ତ ଶିକ୍ଷକ ତ୍ରିଲୋଚନ ମେହେରଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି ବୋଲି ଥାନା ଅଧିକାରୀ ଭାନୁପ୍ରସାଦ ଯାଦବ ସୁଚନା ଦେଇଛନ୍ତି । ସୁଚନା ଅନୁସାରେ, ଜନୈକ ଅଷ୍ଟମ ଶ୍ରେଣୀ ଛାତ୍ରୀ କୋଠରୀରେ ଏକୁଟିଆ ଥିବାର ସୁଯୋଗ ନେଇ ଶିକ୍ଷକ ଜଣଙ୍କ ଅସଦାଚରଣ କରିଥିଲେ। ଛାତ୍ରୀ ଜଣକ କୋଠରୀ ଭିତରେ କାନ୍ଦୁଥିବା ଦେଖି ସହପାଠୀମାନେ ଏହି ଘଟଣାକୁ ନେଇ ସ୍କୁଲର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଅବଗତ କରାଇଥିଲେ ।

Leave a Reply

Your email address will not be published. Required fields are marked *