ଭୁବନେଶ୍ୱର: ଜିଲ୍ଲାପାଳମାନଙ୍କ ରିପୋର୍ଟ ଆଧାରରେ ହେବ ସ୍କୁଲ ଛୁଟି । ଯେଉଁ ଜିଲ୍ଲାଗୁଡିକରେ ଅସହ୍ୟ ଗରମ ହେଉଛି, ସେହିସବୁ ଜିଲ୍ଲା ଗୁଡିକର ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ସ୍କୁଲ ଛୁଟି ହେବା ନେଇ ନିଷ୍ପତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ l ପ୍ରଥମେ ପିଲାମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ । ପଶ୍ଚିମ ଓଡିଶାରେ କିଛି ଜିଲ୍ଲାରେ ଅତ୍ୟଧିକ ଗରମ ନେଇ ସୂଚନା ରହିଛି । ତାହାକୁ ମଧ୍ୟ ବିଚାରକୁ ନେଇଛି ବିଭାଗ । ସେହି ଜିଲ୍ଲାଗୁଡିକର ଜିଲ୍ଲାପାଳମାନେ ରିପୋର୍ଟ ଦେଲେ ବିଭାଗ ନିଷ୍ପତି ନେବ । ଏସଆରସି ହିଟ ୱେଭକୁ ନେଇ ବୈଠକ ଡାକି ସମୀକ୍ଷା କରିବା ପରେ ହିଁ ଖରା ଛୁଟି ପାଇଁ ନିଷ୍ପତି ନିଆଯିବ । ତେଣୁ ଏସଆରସିଙ୍କ ମିଟିଂ ପରେ ହିଁ ସ୍କୁଲ ଛୁଟି ନିଷ୍ପତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।
Related Posts
ବିଜେପିରେ ମିଶିବା ଖବର ଗୁଜବ ବୋଲି କହିଲେ ବିକ୍ରମ ଆରୁଖ
- Mysanket News
- July 20, 2026
- 0
ଭୁବନେଶ୍ୱର: ଗତ କିଛଦିନ ଧରି ଗଣମାଧ୍ୟମ ଏବଂ ସୋସିଆଲ ମିଡିଆରେ ବିଜେଡିର ବରିଷ୍ଠ ନେତା ବିକ୍ରମ କେଶରୀ ଆରୁଖ ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ରବିବାର ସନ୍ଧ୍ୟାରେ ଏହାକୁ ଗୁଜବ […]
ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬ ବିଜେତା
- Mysanket News
- July 27, 2026
- 0
ଭୁବନେଶ୍ବର: ସୋନି ଏଣ୍ଟରଟେନମେଣ୍ଟ ଟେଲିଭିଜନର ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬’ର ବିଜେତା ହୋଇଛନ୍ତି ଓଡ଼ିଶାର ୨୪ ବର୍ଷୀୟା ଗାୟିକା ଜ୍ୟୋତିର୍ମୟୀ ନାୟକ। ଏହି ପ୍ରସିଦ୍ଧ ଟାଇଟଲ୍ ଜିତିବାରେ ସେ […]
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ (ବିକେପିପିଇଆର୍) ପାଇଁ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟିର ଅନୁମୋଦନ
- Mysanket News
- August 4, 2026
- 0
ଭୁବନେଶ୍ୱର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ (ବିକେପିପିଇଆର୍) ବିକାଶ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ପ୍ରକଳ୍ପ ପ୍ରସ୍ତାବ ରିପୋର୍ଟ (ପିପିଆର୍) କୁ ନେଇ ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟି (ଏସ୍ଏଲପିଏମସି) ବୈଠକ ମୁଖ୍ୟ ଶାସନ ସଚିବ […]
