ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଉମା ବିଷୋୟୀ ଓ ସାର୍ପ ସୁଟର କୁରୁପତି ଭୂୟାଁଙ୍କୁ ରିମାଣ୍ଡରେ ନେଇ ମାରାଥନ ଜେରା କରୁଛି ପୋଲିସ। ହତ୍ୟାର ସତ ଓଗାଳୁଛନ୍ତି ତଦନ୍ତ ଅଧିକାରୀ। ଏମାନଙ୍କ ମାଧ୍ୟମରେ ପୂର୍ବରୁ ଗିରଫ ହୋଇଥିବା ୧୪ ଜଣଙ୍କୁ ଲିଙ୍କ୍ ଖୋଜୁଛି ପୋଲିସ । ଏହାସହ ଏହି ମାମଲାରେ ପୂର୍ବରୁ ଜେଲରେ ଥିବା ଅପରାଧୀ ଚିଣ୍ଟୁ ପ୍ରଧାନ, ଯୋଗୀ ରାଉତ, ମଳୟ ବିଷୋୟୀ ଓ ମଦନ ଦଳାଇଙ୍କୁ ରିମାଣ୍ଡରେ ନେଇ ଏକାଠି ଜେରା କରିବ ବୋଲିସ । ଗତକାଲି ଉମା ବିଷୋୟୀ ଓ କୁରୁପତି ଭଳୟାଁଙ୍କୁ ବ୍ରହ୍ମପୁର SDJM କୋର୍ଟରେ ହାଜର କରାଯାଇଥିଲା । ପରେ ଦୁଇ ଜଣଙ୍କୁ ୪ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ପୋଲିସ । କିନ୍ତୁ କୋର୍ଟ ଦୁଇଦିନ ପାଇଁ ଅନୁମତି ଦେଇଛନ୍ତି ।
ସୂଚନା ଥାଉକି, ଗତ ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ହୋଇଥିଲା। ଘଟଣା ପରଠୁ ପୋଲିସ ୧୪ଜଣଙ୍କୁ ଗିରଫ କରିସାରିଥିବା ବେଳେ ଏହି ଦୁଇ ଜଣ ଫେରାର ଥିଲେ। ଗତ ୨୨ତାରିଖରେ ପୋଲିସ ବିଜେଡି ଜିଲ୍ଲା ସଭାପତି ବିକ୍ରମ କୁମାର ପଣ୍ଡାଙ୍କ ସହ ୧୨ଜଣଙ୍କୁ କୋର୍ଟ ଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ଜୟପୁରର ସୁନୀଲ ହୋତା ଓ ବିଜେଡି ନେତା ଶୂନ୍ୟ ଦାସଙ୍କୁ ଗିରଫ କରିଥିଲା। ଉଭୟଙ୍କୁ ପୋଲିସ ଜେରା କରୁଛି। ଉମା ଓ କୁରୁପତି ଧରାପଡ଼ିବା ପରେ ଅନେକ ତଥ୍ୟ ପଦାକୁ ଆସିବ ବୋଲି କୁହାଯାଉଛି। ଉମା ଓ କୁରୁପତିଙ୍କ ଘର ଗୋଟିଏ ଗ୍ରାମରେ ହୋଇଥିବା ବେଳେ ଉଭୟଙ୍କ ନାମରେ ଏକାଧିକ ଅପରାଧିକ ମାମଲା ରହିଛି।
