ସ୍କୁଲରେ ନବମ ଶ୍ରେଣୀ ଛାତ୍ରୀକୁ ଗଣବଳାତ୍କାର ଅଭିଯୋଗ

ବଲାଙ୍ଗୀର: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ ରଖିଛି।ଅଭିଯୋଗ ଅନୁଯାୟୀ ସ୍କୁଲରେ ଟ୍ୟୁସନ୍ ସରିବା ପରେ ପୀଡ଼ିତାଙ୍କୁ ତାଙ୍କର ସହପାଠୀମାନେ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଜଘନ୍ୟ କାଣ୍ଡର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଘଟଣାଟି ଲୋକଲୋଚନକୁ ଆସିଥିଲା।ପୀଡ଼ିତାଙ୍କ ସମ୍ପର୍କୀୟମାନେ ବଲାଙ୍ଗିର ଏସପିଙ୍କ ଦ୍ୱାରସ୍ଥ ହେବା ପରେ ପୋଲିସ ତତ୍ପରତା ପ୍ରକାଶ କରି ୫ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।

Leave a Reply

Your email address will not be published. Required fields are marked *